ଆହୁରି କଲବଲ କରିବ ତାତି। ଆସନ୍ତା ୨ ଦିନ ମଧ୍ୟରେ ଆହୁରି ୨ ରୁ ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା। ଗତ ୨୪ ଘଣ୍ଟା ମଧ୍ୟରେ ୩୭.୬ ଡିଗ୍ରୀ ସେଲସିୟସ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟପଟେ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୩.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ତେବେ ମାର୍ଚ୍ଚ ୧୦ ତାରିଖରୁ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାସହିତ ବାହାରକୁ ଯିବା ବେଳେ ଛତା,ପାଣୀବୋତଲ ସାଙ୍ଗରେ ରଖିବା ପାଇଁ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Read More >