ରାଜ୍ୟରେ ପୁଣି ସୃଷ୍ଟି ହେଲା ଲଘୁଚାପ । ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି ।ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଓ ସଂଲଗ୍ନ ଝାଡ଼ଖଣ୍ଡ ଅଞ୍ଚଳରେ ରହିଛି ।
ଫଳରେ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗ କେନ୍ଦ୍ରର ସୂଚନା ଅନୁଯାୟୀ , ଏହି ୫ଟି ଜିଲ୍ଲାରେ ପ୍ରାୟେ ୭୦ ରୁ ୨୦୦ ମିମି ଯାଏ ବର୍ଷା ହେବ ବୋଲି ଆଶଙ୍କା ରହିଛି । ଏହି ୫ଟି ଜିଲ୍ଲାଗୁଡିକ ହେଲା ଝାରସୁଗୁଡ଼ା, ଦେଗବଡ଼, କେନ୍ଦୁଝର ,ସୁନ୍ଦରଗଡ଼ ଓ ସମ୍ବଲପୁର । ସୂଚନା ମୁତାବକ , ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଏଥିସହ ଉପକୂଳ ଓଡ଼ିଶା ସମେତ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅପରପକ୍ଷରେ ରାଜ୍ୟର ୯ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ବରଗଡ଼, ସୋନପୁର, ବଲାଙ୍ଗୀର, ଅନୁଗୁଳ, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା । ଅନ୍ୟପଟେ ଦେଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଜାରି ରହିଛି ।
ଆଗକୁ ପଢନ୍ତୁ :- ଆଜିଠୁ ପୁଣି ବର୍ଷା ହେବ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ