ପୁରୀ: ସୁସ୍ଥ ହେଲେ ମହାପ୍ରଭୁ, ଆଜି ମହାପ୍ରଭୁଙ୍କ ଘଣା ଲାଗି ନୀତି। ଅଣସରର ତ୍ରୟୋଦଶୀ ତିଥି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳିପ୍ରସାଦ ଲାଗି ନୀତି କରାଯିବ। ଅଣସର ତ୍ରୟୋଦସୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର, ଖଳି ପ୍ରସାଦ ଓ ଖଡି ପ୍ରସାଦ ଲାଗି ହେବ।
ଅଣସର ଗୃହରେ ସଂପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉ ମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ଖଡି ଲାଗି ହେବ। ଶୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଂଗଣରେ ରଖି ଦଇତାପତି ସେବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିବେ। ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହେବ। ଏହାପୂର୍ବରୁ ନୂତନ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ କରାଯିବ। ଗୋପନୀୟତା ରକ୍ଷା କରି ଦଇତା ଓ ପତିମହାପାତ୍ର ସେବକମାନେ ଏକ ସ୍ୱତନ୍ତ୍ର ଶୈଳିରେ ଶ୍ରୀଜିଉଙ୍କୁ ରକ୍ତବସ୍ତ୍ର ଆବରଣ କରିବେ । ଅନ୍ୟପଟେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ କେଇ ଦିନ ବାକି ଥିବାରୁ ଜୋରସୋରରେ ଆଗେଇ ଚାଲିଛି ରଥଯାତ୍ରା ।