ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । ସିଙ୍ଗାପୁର ରାଷ୍ଟ୍ରପତି ଦିନ ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ବୋଲି ସୂଚନା ମିଳିଛି । ଆଜି ଅପରାହ୍ନ ୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ଏକ ପ୍ରତିନିଧି ମଣ୍ଡଳୀ ମଧ୍ୟ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ରାଜଧାନୀରେ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ ଫୋର୍ସ ଭୁବନେଶ୍ୱରରେ ମୁତୟନ ହୋଇଛନ୍ତି। ସେଥିପାଇଁ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସିଙ୍ଗାପୁର ଗସ୍ତ ସମୟରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମଙ୍କୁ ଓଡ଼ିଶା ଆସିବା ପାଇଁ ନିମନ୍ତ୍ରଣ ଦେଇଥିଲେ । ନିମନ୍ତ୍ରଣ ରକ୍ଷା କରି ଆଜି ଓଡିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି।