ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇ ଆଗକୁ ବଢ଼ୁଥିବାବେଳେ ପଛକୁ ଆଉ ଏକ ଲଘୁଚାପ ଦାନାବାନ୍ଧିଲାଣି । ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାସହ ୨୪ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆସନ୍ତା ୫ ଦିନ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
Read More >