ଭୁବନେଶ୍ୱର : ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁରେଶ କୁମାର ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ବ ଦିଆଯାଇଛି। ଏଥିସହ ସଂସଦୀୟ ବ୍ୟାପାର ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ମଧ୍ୟ ତୁଲାଇବେ ।
ସେହିପରି ଆଇଏଏସ ସୁଧାଂଶୁ ମୋହନ ସାମଲଙ୍କୁ ଓଏମସି ଏମଡି ଭାବେ ନିଯୁକ୍ତି ଦିଆଯାଇଛି। ଏହା ସହ କେନ୍ଦ୍ରାଞ୍ଚଳ ଆରଡିସି ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଡା.ବୃଦ୍ଧା ଡି ଙ୍କୁ ସାମାଜିକ ସୁରକ୍ଷା , ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି।