ଯୁବପିଢୀଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବଣତାକୁ ରୋକିବା ପାଇଁ ପଦକ୍ଷେପ। ଶକ୍ତିଶ୍ରୀ ଯୋଜନାରେ ସବୁ କଲେଜ ଓ ବିଶ୍ୱ ବିଦ୍ୟାଳୟରେ ହେବ ସେଫ୍ କ୍ୟାମ୍ପେନ୍ । ଉଚ୍ଚଶିକ୍ଷା ବିଭାଗ ଏଥିପାଇଁ କ୍ୟାମ୍ପସ୍ ଗୁଡ଼ିକରେ ସଚେତନତା ଶିବିର କରିବ । ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ‘ଛାତ୍ରଛାତ୍ରୀଙ୍କ ମାନସିକ ସନ୍ତୁଳନ କିପରି ଠିକ୍ ରହିବ, କୌଣସି ପରିସ୍ଥିତିରେ ବି କେହି ଯେମିତି ଦୁର୍ଭାଗ୍ୟଜନକ ପଦକ୍ଷେପ ନ ନିଅନ୍ତି, ଏନେଇ ଶକ୍ତିଶ୍ରୀ ଯୋଜନାରେ ପଦକ୍ଷେପ ନିଆଯାଇଛି’।
ସେହିପରି କ୍ୟାମ୍ପସରେ ସଚେତନତା ସହ ସମସ୍ତେ ସମସ୍ତଙ୍କୁ ସାହାଯ୍ୟ କରିବା ଦରକାର। ଯଦି କେହି କୌଣସି ଘଟଣାକୁ ନେଇ ବ୍ୟସ୍ତ ବିବ୍ରତ ହେଉଛନ୍ତି, ତାଙ୍କୁ ବୁଝେଇବାକୁ ପଡ଼ିବ। ଉଚିତ ଫୋରମ ଅଛି, ତାଙ୍କୁ ସେ ବିଷୟରେ ବୁଝାଇବାକୁ ପଡ଼ିବ। ଆତ୍ମହତ୍ୟା ପ୍ରବଣତାକୁ ରୋକିବା ପାଇଁ ଛାତ୍ରଛାତ୍ରୀଙ୍କଠୁ ଆରମ୍ଭ କରି ପିତାମାତା ଓ ଶିକ୍ଷକମାନଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରାଯିବ।