ମାଡି ଆସୁଛି ବାତ୍ୟା ‘ମିଗଜୋମ’। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ ହୋଇ ବାତ୍ୟାର ରୂପ ନେଇଛି । ଏହି ବାତ୍ୟାର ନାମ ‘ମିଗଜୋମ’ ଦିଆଯାଇଛି । ଗତ ୬ ଘଣ୍ଟା ମଧ୍ୟରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ମିଗଜୋମ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୮ କିଲୋମିଟର ବେଗରେ ଅଗ୍ରସର ହେଉଛି ବାତ୍ୟା ମିଗଜୋମ ।
ଏଥିସହ ୪ ତାରିଖ ପୂର୍ବାହ୍ନ ବେଳକୁ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ସମୁଦ୍ର ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବା ସମ୍ଭାବନା ରହିଛି । ଏହା ପରେ ଉତ୍ତର ଦିଗରେ ଗତି କରିବ । ପରେ ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳକୁ ପ୍ରାୟ ସମାନ୍ତରାଳ ଭାବେ ଗତିକରିବ । ୫ ଡିସେମ୍ବର ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଏବଂ ମଛଲିପଟନମ ମଧ୍ୟରେ ଏକ ଭୀଷଣ ବାତ୍ୟା ଭାବେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନ ରହିଛି । ଏହି ସମୟରେ ସର୍ବାଧିକ ପବନ ବେଗ ଘଣ୍ଟା ପ୍ରତି ୯୦ ରୁ ୧୦୦ କିଲୋମିଟର ରହିବ ସହ ଝଟକା ପବନ ୧୧୦ କିମି ବେଗରେ ରହିବା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାପାଇଁ ବାରଣ କରାଯିବ ସହ ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ତୁରନ୍ତ ଫେରିଆସିବାକୁ କୁହାଯାଇଛି।ବର୍ତ୍ତମାନ ଧାନ ଅମଳ ସମୟ ହୋଇଥିବାରୁ ଚାଷୀ ମାନଙ୍କୁ ମଧ୍ୟ ଅମଳ ହୋଇଥିବା ଚାଷକୁ ସୁରକ୍ଷିତ rakhiba ପାଇଁ ସତର୍କ କରାଯାଇଛି ।
ଅଧିକ ପଢନ୍ତୁ :ଆସନ୍ତା ୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା