ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ,୫ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଭୁବନେଶ୍ବର, ଅଗଷ୍ଟ 10(ଖବର ଓଡ଼ିଶା): Share story: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଜାରି । ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ୫ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏପର୍ଯ୍ୟନ୍ତ ୧୭୩ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାପଡ଼ିଛି । ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍ସନ୍ ସ୍ଥାୟୀଭାବେ ବନ୍ଦ । ଜଣେ ସୁପରିଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓ.ଏ.ଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ସଂଗଠକ ଏହି କାର୍ଯ୍ୟାନୁଷ୍ଠାନରେ ଅନ୍ତର୍ଭୁକ୍ତ । ଖବର ଓଡ଼ିଶା, Reporter, 10/08/2022