ଭୁବନେଶ୍ୱର: ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଉତ୍ପାଦ ସାମଗ୍ରୀଗୁଡ଼ିକର ହେବ ବଜାରୀକରଣ । ଏଥିପାଇଁ ଭୁବନେଶ୍ୱର ସମେତ ସମସ୍ତ ଜିଲ୍ଲାରେ ‘ସୁଭଦ୍ରା ଶକ୍ତି ବଜାର’ ନିର୍ମାଣ କରାଯିବ । ଏ ନେଇ ଗୃହରେ ଉତ୍ତର ରଖିଛନ୍ତି ।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଉତ୍ପାଦଗୁଡ଼ିକୁ ବଜାରୀକରଣ କରାଯିବ । ସୁଭଦ୍ରା ଶକ୍ତି ବଜାରରେ ଏହି ଉତ୍ପାଦଗୁଡ଼ିକ ଉପଲବ୍ଧ ହେବ । ସେହିପରି ରାଜ୍ୟ ସରକାର ବର୍ତ୍ତମାନ ସୁଦ୍ଧା ୧୬ ଲକ୍ଷ ୩୬ ହଜାର ଲକ୍ଷପତି ଦିଦି ସୃଷ୍ଟି କରିଛନ୍ତି । କିନ୍ତୁ ଲକ୍ଷପତି ଦିଦି ଯୋଜନା ଏଯାଏ ସହରାଞ୍ଚଳକୁ ଆସିନାହିଁ । ଲକ୍ଷପତି ଦିଦି ଯୋଜନା କେବଳ ଗ୍ରାମାଞ୍ଚଳରେ ସୀମିତ ରହିଛି । ତେଣୁ ରାଉରକେଲାରେ କୌଣସି ଲକ୍ଷପତି ଦିଦି ଚିହ୍ନଟ ହୋଇନାହାଁନ୍ତି ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି ।