ଭୁବନେଶ୍ୱର: ଖାତାକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା । ଏହି କିସ୍ତିରେ ଉପକୃତ ହୋଇଛନ୍ତି ମୋଟ ୨ ଲକ୍ଷ ୩୦ ହଜାର ଯୋଗ୍ୟ ହିତାଧିକାରୀ । ୫ଟି ପର୍ଯ୍ୟାୟରେ ପ୍ରାୟ ୧ କୋଟି ୨୦ ହଜାର ହିତାଧିକାରୀ ସାମିଲ ହୋଇଛନ୍ତି ।
ଆସନ୍ତା ୮ ତାରିଖ "ଅନ୍ତର୍ଜାତୀୟ ମହିଳା ଦିବସ" ରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିର ଟଙ୍କା ପ୍ରଦାନ କରାଯିବ । କୌଣସି ବି ଯୋଗ୍ୟ ହିତାଧିକାରୀ ମହିଳା ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ନାହିଁ । ଡୋର ଟୁ ଡୋର ସର୍ଭେ କରାଯିବ ବୋଲି ସୂଚନା ମିଳିଛି । ମାର୍ଚ୍ଚ ୩୧ ତାରିଖରେ ସୁଭଦ୍ରା ଆବେଦନ ପ୍ରକ୍ରିୟାକୁ ବନ୍ଦ ରଖି ସର୍ଭେ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ପୂର୍ବ ସୂଚନା ଅନୁସାରେ, ପଞ୍ଚମ ପର୍ଯ୍ୟାୟ ପରେ ବି ରାକ୍ଷୀ ପୂର୍ଣ୍ଣିମାରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକା ବେଳେ ୩ଟି କିସ୍ତିର ଟଙ୍କା ଅର୍ଥାତ୍ ୧୫ ହଜାର ଟଙ୍କା ।
ଅଧିକ ପଢନ୍ତୁ: ଆଜି ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟର ଟଙ୍କା
ସୂଚନା ଅନୁସାରେ, ସୁଭଦ୍ରାର ଦ୍ୱିତୀୟ କିସ୍ତି ପାଇଁ ବ୍ରହ୍ମପୁରର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏକାଥରେ ୫ ହଜାର କୋଟି ପ୍ରଦାନ କରିବେ ସରକାର । ମହିଳାଙ୍କୁ ସଶକ୍ତ କରାଇବା ପାଇଁ ଉପମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ସୁଭଦ୍ରା ଯୋଜନା ମାଧ୍ୟମରେ ଓଡ଼ିଶାର ମହିଳାମାନେ ସ୍ୱାବଲମ୍ବୀ ହୋଇପାରିବେ। ପ୍ରତିଟି ଗାଁରେ ୫ଟି ଲକ୍ଷପତି ଦିଦି କରାଇବୁ ଏହାସହିତ ସଶକ୍ତ ଓଡିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ଆବଶ୍ୟକ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।