ସୁନ୍ଦରଗଡ: ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୁନ୍ଦରଗଡରେ ଟଙ୍କା ରିଲିଜ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆରେ ଆୟୋଜିତ ବିଶାଳ ସମାବେଶରେ ୧୦ ଜଣ ମହିଳାଙ୍କୁ ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତିର ଡମି ଚେକ୍ ଦେଇଛନ୍ତି ।
ଏହି କାର୍ୟ୍ୟ କ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟତୀତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବିନାରାୟଣ ନାଏକ, ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୋଭା ଶର୍ମା ଏବଂ ଜିଲ୍ଲାପାଳ ମନୋଜ ମହାଜନ ଯୋଗ ଦେଇଥିଲେ ।