ଭୁବନେଶ୍ୱର : ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଜି ଠାରୁ ସମସ୍ତ ସ୍କୁଲ ଜୁନ 18 ପର୍ଯ୍ୟନ୍ତ ବନ୍ଦ ରହିବ। ସ୍କୁଲ ପିଲାଙ୍କ ପାଇଁ ଆଜି ଠାରୁ ହିଁ ଖରା ଛୁଟିର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଙ୍ଗନବାଡି, ଶିଶୁବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିବ। ସେହିପରି ଗ୍ରୀଷ୍ମପ୍ରବାହ ପାଇଁ ଆଜିଠାରୁ କଲେଜ ଗୁଡିକ ୫ ଦିନ ପାଇଁ ବନ୍ଦ ରହିବ। ଏପରିକି ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ସ୍ଥିତି ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲାମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।