ଭୁବନେଶ୍ୱର : ଥମୁନି ଶିକ୍ଷକଙ୍କ ଆନ୍ଦୋଳନ। ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନରୁ ହଟିବା ପରେ ଏବେ ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ। ଏକ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛି ସଙ୍ଘ। । ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ । ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ କନିଷ୍ଠ ଶିକ୍ଷକମାନେ ପଢ଼ାଉଛନ୍ତି । ବର୍ତ୍ତମାନ ଠିକା କର୍ମଚାରୀ ଭାବେ ସାରା ରାଜ୍ୟରେ ୧୩ ହଜାରରୁ ଅଧିକ କନିଷ୍ଠ ଶିକ୍ଷକ ସଂଘ କାର୍ଯ୍ୟରତ ଅଛନ୍ତି ।
ସୂଚନା ଥାଉ କି ଗଷ୍ଟ ୨୨ ତାରିଖରେ ରାଜ୍ୟ ସରକାର କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ଘୋଷଣା କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହା କାର୍ଯ୍ୟକାରୀ ହୋଇନାହିଁ । ୪ ମାସ ବିତିଯାଇଥିଲେ ବି ସୁଦ୍ଧା କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ବାହାରୁନାହିଁ ସରକାରୀ ନିର୍ଦ୍ଦେଶନାମା । ଯାହାକୁ ନେଇ ଅସନ୍ତୋଷ ସଂଘ ପ୍ରକାଶ କରିଛି । ସେଥିପାଇଁ ଆଜି ଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଲୋୟର୍ ପିଏମଜିରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘର ଧାରଣା ଜାରି ରହିବ ବୋଲି ଚେତାବନୀ ଦେଇଛି ।