ଜାଡରେ ଥରୁଛି ସାରା ଓଡିଶା। ପାରଦ ଖସିବା ସହ ଶୀତ ର ପ୍ରକୋପ ବୃଦ୍ଧି ପାଇଛି | ଆଜିଠୁ ଦକ୍ଷିଣ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ରାତ୍ରୀକାଳୀନ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବ ଯାହାର ପ୍ରଭାବରେ ରାଜ୍ୟରେ ଶୀତର ପ୍ରଭାବ ବୃଦ୍ଧି ପାଇବ । ରାତିର ତାପମାତ୍ରାରେ 2 ରୁ 3 ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ଘଟିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି |
ଗତ 24 ଘଣ୍ଟା ମଧ୍ୟରେ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା 12 ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଶିମିଳିଗୁଡା, ଝାରସୁଗୁଡାରେ ସର୍ବନିମ୍ନ ତାପମାତ୍ରା 12.6ଡିଗ୍ରୀ, ସୁନ୍ଦରଗଡରେ 12.8 ଏବଂ କୋରାପୁଟରେ 13 ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।