ପୁରୀ : ଶ୍ରୀମନ୍ଦିର ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ ଦିଆଯାଇଛି । ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ବାସନ୍ଦ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚେତାବନୀ ଦିଆଯାଇଛି । ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ ଶନିବାର ଏହି ନିର୍ଦ୍ଦେଶ ଜାରି କରାଯାଇଛି। ନିକଟରେ ସୁଆର ମହାସୁଆର ସେବକଙ୍କୁ ମଧ୍ୟ ବାସନ୍ଦ ପାଇଁ ଚେତାବନୀ ହୋଇଥିଲା।
ସୂଚନାଯୋଗ୍ୟ ଦୀଘାରେ ଉଦ୍ଘାଟିତ ହେବାକୁ ଥିବା ଶ୍ରୀଜଗନ୍ନାଥ ମନ୍ଦିର ନେଇ ନିର୍ଦ୍ଦେଶନାମା । ଉଦ୍ଘାଟନୀ ଦିନ ସାମିଲ ହେବା ମନା। ସାମିଲ ହେଲେ ସମ୍ପୃକ୍ତ ପୁଷ୍ପାଳକଙ୍କୁ ନିଯୋଗରୁ ବାସନ୍ଦ କରାଯିବ। ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରକୁ ଅନୁକରଣ କରି ନୂଆ ଅନ୍ୟ ଏକ ଜଗନ୍ନାଥ ମନ୍ଦିର ନିର୍ମାଣ ଶେଷ ହୋଇଛି l ଆସନ୍ତା ପବିତ୍ର ଅକ୍ଷୟ ତୃତୀୟାରେ ଏହି ନୂତନ ଜଗନ୍ନାଥ ମନ୍ଦିରରେ ଭଗବାନ ବଳଭଦ୍ର, ମା' ସୁଭଦ୍ରା ଓ ଶ୍ରୀଜଗନ୍ନଥଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଟନ କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି l