ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ ଦେବେ। ଏହା ସହ ମୁଖ୍ୟମନ୍ତ୍ରୀଙ୍କର ଅନେକ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।
ଆସନ୍ତାକାଲି ୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ସ୍ୱରାଷ୍ଟ୍ର ଅମିତ ଶାହ। ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ।
ଏହା ସହିତ ବୈଠକରେ ଓଡ଼ିଶା ସହ ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ବୈଠକରେ ୫ କେନ୍ଦ୍ରମନ୍ତ୍ରୀ, ଡେପୁଟି ଏନ୍ଏସ୍ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ।