ଭୁବନେଶ୍ୱର : ବାତ୍ୟା ଅକ୍ବାନ୍ ଜନିତ କ୍ଷୟକ୍ଷତିର ଆକଳନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ସୋମବାର ଗଞ୍ଜାମ ଜିଲ୍ଲା ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଗଞ୍ଜାମ ଗସ୍ତରେ ଯିବେ। ଏନେଇ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ପ୍ରଥମେ ପୁରୁଷୋତ୍ତମପୁର ଓ ଛତ୍ରପୁର ଅଞ୍ଚଳ ପରିଦର୍ଶନ କରି ବାତ୍ୟା ଓ ବର୍ଷାଜନିତ କ୍ଷୟକ୍ଷତିର ସ୍ଥିତି ପରଖିବେ ଏବଂ ପରେ ଜିଲ୍ଲା ପ୍ରଶାସନ ସହ ସମୀକ୍ଷା ବୈଠକ କରିବେ।
ରାଜସ୍ୱ ମନ୍ତ୍ରୀଙ୍କ ସୂଚନା ଅନୁସାରେ ଆସନ୍ତାକାଲିଠାରୁ କ୍ଷୟକ୍ଷତିର ଆକଳନ ପ୍ରକ୍ରିୟା ଆରମ୍ଭ ହେବ। ଫସଲ ନଷ୍ଟ ହୋଇଥିବା ଚାଷୀଙ୍କୁ ଇନ୍ପୁଟ ସବସିଡି ଏବଂ ଓଦା ହୋଇଥିବା ଧାନ ପାଇଁ ନିୟମ ଅନୁଯାୟୀ କ୍ଷତିପୂରଣ ଦିଆଯିବ ବୋଲି ସରକାର ଘୋଷଣା କରିଛନ୍ତି।