ଆସନ୍ତାକାଲି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଛି। ତେଣୁ ଆସନ୍ତାକାଲି ସୋମବାର ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେଣୁ ୨୯ ତାରିଖରେ ପୁନର୍ବାର ଅଭିଯୋଗ ଶୁଣାଣି ଚାଲିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ସୂଚନା ଅନୁଯାୟୀ, ନୂତନ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଦାୟିତ୍ୱ ସମ୍ଭାଳିବା ପରେ ପ୍ରତ୍ୟେକ ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆୟୋଜନ କରୁଛନ୍ତି। ଏଥିରେ ମୋହନ ସରକାର ସିଧାସଳଖ ଲୋକଙ୍କ ସମସ୍ୟା ବିଷୟରେ ବୁଝି ଏହାର ସମାଧାନ କରୁଛନ୍ତି। ଏହା ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଏହି ଅଭିଯୋଗ ଶୁଣାଣି ଆୟୋଜିତ ହେଉଛି। ଏପିରିକି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଉପସ୍ଥିତ ରହୁଛନ୍ତି। ତେବେ ଏହି କାର୍ଯ୍ୟକ୍ରମ ଦ୍ୱାରା ଲୋକମାନେ ନିଜର ସମସ୍ୟା ଦୂର କରିପାରୁଛନ୍ତି।