ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ କୋହଲା ପାଗ ଜାରି ରହିଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସହ ବଜ୍ରପାତ ଜାରି ରହିବ । ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ଅଧିକ ହୋଇପାରେ । ଆସନ୍ତାକାଲି ପର୍ଯ୍ୟନ୍ତ ୧୨ ଜିଲ୍ଲାକୁ ବର୍ଷା ନେଇ ଅରେଞ୍ଜ୍, ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର । ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ ।
ସେହିପରି ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ନେଇ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିମି ପବନ ବହିବା ସମ୍ଭାବନା ରହିଛି। ବଜ୍ରପାତ ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।ବର୍ଷା ପାଇଁ ଧନଜୀବନ ନଷ୍ଟ ହୋଇପାରେ ସେଥିପାଇଁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଏସ୍ଆର୍ସି ସତର୍କ କରାଇଛନ୍ତି।