କାଲି ରାତିରେ ଓଡିଶାରେ ପହଁଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାଯୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଁଚିଛନ୍ତି ମୋଦି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବିମାନବନ୍ଦରରୁ ସିଧା ରାଜଭବନ ଅଭିମୁଖେ ବାହାରିଥିଲେ ମୋଦି। ଆଜି ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଓ ନବରଙ୍ଗପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ସେହିଭଳି ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ SPG ସହ ୩୦ ପ୍ଲାଟୁନ୍ ଫୋର୍ସ, ବମ୍ ସ୍କ୍ୱାଡ୍, ସନ୍ଧାନୀ କୁକୁର ମୁତୟନ ରହିବେ।
ମୋଦିଙ୍କ ପ୍ରଚାରର ଦିନକ ପରେ ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ସେ ରାୟଗଡାରେ ଆୟୋଜିତ ହେବାକୁ ଥିବା ବିରାଟ ସାଧାରଣ ସଭାରେ ଯୋଗଦେବେ। ପରେ ଆସନ୍ତା ୧୦ରେ ପୁଣି ଆସିବେ ପ୍ରଧାନମନ୍ତ୍ରୀ। ଏହି ଅବସରରେ ସେ ରାଜଧାନୀ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍ ଶୋରେ ଯୋଗଦେବେ। ମେ ୧୧ରେ ମୋଦି ବଲାଙ୍ଗୀର ଯାଇ ପଶ୍ଚିମ ଓଡ଼ିଶାର ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବେ।
ଅଧିକା ପଢନ୍ତୁ:ଆଜି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି ଓ ନଡ୍ଡା