ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷାବର୍ଷରେ ସ୍ନାତକ(+୩)ରେ ନାମଲେଖା ପାଇଁ ଆଜି ଆବେଦନର ଶେଷ ତାରିଖ ରହିଥିଲେ । ଏବେ ପୁଣି ଅବଧୀ ବଢିବା ନେଇ କୁହାଯାଉଛି । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରିଛନ୍ତି । ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି।
ଆଜି ଯୁକ୍ତ-୩ ଆବେଦନର ଶେଷ ତାରିଖ ଥିଲା। ଏପ୍ରିଲ ୧୬ ରୁ ଏହି ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆଜି ତାହା ସରିବାକୁ ଯାଉଥିଲା । ତେବେ ମେ’ ୨୧ ଏବଂ ୨୨ ଦୁଇଦିନ ଆବେଦନ ପତ୍ର ଏଡିଟ୍ କରିବାର ସୁଯୋଗ ପାଇବେ ଆବେଦନକାରୀ । ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ପରବର୍ତ୍ତୀ ସମୟରେ ମାର୍କସିଟ୍ ଦାଖଲ, ମେଧା ତାଲିକା ସହ ଅନ୍ୟ ତାରିଖ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯିବ ।
ରାଜ୍ୟର ୧୦୫୩ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନରେ ମୋଟ ୨ ଲକ୍ଷ ୭୨ ହଜାର ୬୦୧ ଆସନ ରହିଛି । ଏପର୍ଯ୍ୟନ୍ତ ମୋଟ ୧ ଲକ୍ଷ ୧୦ ହଜାରରୁ ଊର୍ଦ୍ଧ୍ବ ଆବେଦନ କରିଥିବା ଜଣାପଡିଛି । ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଏହି ସଂଖ୍ୟା ଆହୁରି ବୃଦ୍ଧି ପାଇବ।