ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେବ ଜାରି ରହିଛି ଲଗାଣ ବର୍ଷା। ଫଳରେ ଅନେକ ସ୍ଥାନରେ ଚାଷ ନଷ୍ଟ ହେବା ସହିତ ବନ୍ୟା ପରିସ୍ଥିତି ଉପୁଜିଛି। ତେବେ ଆଜି ମଧ୍ୟ କିଛି ସ୍ଥାନରେ ଘଡଘଡି ସାଙ୍ଗକୁ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ନେଇ ପାରେ। ଫଳରେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା ପ୍ରଭାବ।
ତେବେ ଆଜି ମଧ୍ୟ ବର୍ଷା ପରିମାଣ ବଢିପାରେ। ତେଣୁ ଏନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ୨୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ୭ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ତେବେ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।