ଭୁବନେଶ୍ୱର : ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ତେବେ ଭୁବନେଶ୍ୱର ଇନଫୋସିଟି ଥାନା ଅନ୍ତର୍ଗତ ପଟିଆ ଅଞ୍ଚଳରୁ ଆସିଛି ଏଭଳି ଅଭାବନୀୟ ଘଟଣା। ମୃତ ମହିଳା ପଟିଆ ଅଞ୍ଚଳର ତପସ୍ୱିନୀ ମିଶ୍ର ବୋଲି ଜଣାପଡିଛି। ତେବେ ମୃତ ମହିଳାଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଜାରି ରଖିଛି।
ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ତପସ୍ୱିନୀ ଜୀବନ ହରିଦେଇଥିବା ନେଇ ତାଙ୍କ ତପସ୍ୱିନୀଙ୍କ ପରିବାର ଲୋକଙ୍କୁ ଖବର ଦେବା ସହ ପୋଲିସକୁ ମଧ୍ୟ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷରେ ତପସ୍ୱିନୀଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେଣୁ ପରିବାର ଲୋକଙ୍କ ଅଭିଯୋଗକୁ ଆଧାର କରି ପୋଲିସ ମୃତ ମହିଳାଙ୍କ ସ୍ୱାମୀଙ୍କୁ ଅଟକ ରଖି ପଚରାଉଚରା କରୁଛି।