ସାମାନ୍ୟ ଖସିଲା ସଂକ୍ରମଣ ,ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ
Khabar Odisha:The-infection-has-dropped-slightly-in-the-last-24-hours-870-corona-positive-people-have-been-detected-in-the-state
ଭୁବନେଶ୍ବର, ଅଗଷ୍ଟ 4(ଖବର ଓଡ଼ିଶା):

 ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୬୪୭୩କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୬୪୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

  • Tags:

Subscribe

National International State Sports Entertainment