ଫେବୃଆରୀ ୫ ତାରିଖରୁ ଆରମ୍ଭ ହୋଇଥିବା ବିଧାନସଭାର ବଜେଟ୍ ଅଧିବେଶନ। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ ଆରମ୍ଭ ହୋଇଥିଲା। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଷୋଡଶ ବିଧାନସଭାର ୧୫ତମ ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି । ତେବେ ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଆଗତ ହେବ।
ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅପରାହ୍ନ ୫ଟା ବେଳେ ଗୃହରେ ଏହି ବଜେଟ୍ ଉପସ୍ଥାପନ କରିବେ। ନିର୍ବାଚନ ବର୍ଷ ଥିବାରୁ ଏହି କାମଚଳା ବଜେଟ୍ ବେଶ୍ ଗୁରୁତ୍ୱବହନ କରିଥିବା ବେଳେ ଅର୍ଥ ମନ୍ତ୍ରୀ ଶ୍ରୀ ଆରୁଖ ଆସନ୍ତା ଆର୍ଥିକ ବର୍ଷ ପାଇଁ ପ୍ରାୟ ୨ଲକ୍ଷ ୬୦ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିବେ। ଏଥିରୁ ଅନ୍ତରୀଣ ବଜେଟ୍ (ପ୍ରାୟ ୯୦ହଜାର କୋଟି ଟଙ୍କା)କୁ ପାରିତ କରିବାକୁ ପ୍ରସ୍ତାବ ରଖିବେ ବୋଲି ଜଣାପଡ଼ିଛି। ଏହି ବଜେଟ୍କୁ ଗତ ୩ତାରିଖରେ ମନ୍ତ୍ରୀ ପରିଷଦ ଅନୁମୋଦନ କରିଛି। ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ ଅର୍ଥମନ୍ତ୍ରୀ ଏହି କାମଚଳା ବଜେଟ ବିଧାନସଭାରେ ଉପସ୍ଥାପନ କରିବେ।
ସେହିପରି ଜଳସମ୍ପଦ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ବିଭାଗ, ଶ୍ରମ ଓ କର୍ମଚାରୀ, ରାଜ୍ଯବୀମା, କ୍ରୀଡା ଓ ଯୁବ କଲ୍ୟାଣ, ଯୋଜନା ଓ ସଂଯୋଜନା, ବାଣିଜ୍ୟ, ଇଲେଟ୍ରୋନିକ ସୂଚନା ଓ ପ୍ରଯୁକ୍ତି ଆଇନ ଓ ପରିବହନ ବିଭାଗର ପ୍ରଶ୍ନ କାଳ ରହିଛି।
ଅଧିକ ପଢନ୍ତୁ: ଆଜି ପାକିସ୍ତାନ ସାଧାରଣ ନିର୍ବାଚନ