୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି ଭୁବନେଶ୍ୱର, ମେ ୧୫(ଖବର ଓଡିଶା): Share story: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । କାଳବୈଶାଖୀ ଜନିତ ବର୍ଷା ଏବଂ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୬ ଜିଲ୍ଲାକୁ ପାଣିପାଗ ବିଭାର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ତେବେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଘୂର୍ଣ୍ଣିଝଡର ସମ୍ଭାବନା ଥିବା ବେଳେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ସୁନ୍ଦରଗ. ଦେବଗଡ, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଓଡିଶାର ବାକି ଜିଲ୍ଲାରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି । ଖବର ଓଡ଼ିଶା, Reporter, 15/05/2022