ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ। ଯାହାଫଳରେ ଏହି ଦୁର୍ଘଟଣା ୧୫ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ତେବେ ଏହି ଦୁର୍ଘଟଣା କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ତେନ୍ତୁଳିଖୁଣ୍ଡି ରାସ୍ତାରେ ଘଟିଛି। ତେବେ ତୁରନ୍ତ ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲ୍ଲାର ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣା ସ୍ଥଳରେ ପହଂଚି ଘଟଣାର ତଦନ୍ତ କରୁଛି।
ସୂଚନା ମୁତାବକ , କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ତେନ୍ତୁଳିଖୁଣ୍ଡି ରାସ୍ତାରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ। ଫଳରେ ୧୫ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ବାଂଶପାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଏହି ଦୁର୍ଘଟଣାରେ ବସର କଣ୍ଡକ୍ଟର ଏବଂ ଜଣେ ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇଁ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।