ଆଜିଠୁ ପୁଣି ଦୁଇ ଦିନ ବର୍ଷା ହେବାର ସମ୍ଭାବନା ରହିଛି। ଯାହାଫଳରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଜି ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବ। ତେଣୁ ଏହାର ପ୍ରଭାବରେ ଆଜି ଓ କାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଆଜି ଗଞ୍ଜାମ,ଗଜପତି,ରାୟଗଡ଼ା,ପୁରୀ,କଟକ, ଜଗତସିଂହପୁର, ମାଲକାନାଗିରି,କୋରାପୁଟ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ୨ ରୁ ୪ଡିଗ୍ରୀ ସେଲସିୟସ କମିବ। ଯାହାଫଳରେ ରାଜ୍ୟର ଶୀତ ଲହରୀ ଜାରି ରହିବ।