ଭୁବନେଶ୍ୱର: ସୁନା ଦରରେ ଲାଗିଛି ନିଆଁ । ବର୍ତ୍ତମାନ ରେକର୍ଡ ସ୍ଥରରେ ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୩,୧୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୧,୨୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୩,୧୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୧,୨୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୪୩,୧୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୩୧,୨୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୪୩,୩୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୩୧,୪୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୪,୯୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୨,୯୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୩,୧୮୦ ଓ, ୧,୩୧,୨୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୯୫,୦୦୦ ଟଙ୍କା ହୋଇଛି ।