ବଢ଼ିଲା ମେୟର , ଡେପୁଟି ମେୟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ଦରମା। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହିପରି ଦରମା ବୃଦ୍ଧି କରାଯାଇଛି।
ସୂଚନା ଅନୁସାରେ , ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଭତ୍ତା ଓ ପାରିତୋଷିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଅନୁସାରେ ଏହି ଦରମା ବୃଦ୍ଧି କରାଯାଇଛି। ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏପରିକି ପୌର ପରିଷଦ ଅଧ୍ୟକ୍ଷଙ୍କ ଦରମା ୧୫ ହଜାରକୁ ବୃଦ୍ଧି କରାଯାଇଛି। ଏନଏସି ଅଧ୍ୟକ୍ଷଙ୍କ ଦରମା ୧୦ ହଜାର ଏବଂ ଉପାଧ୍ୟକ୍ଷ ପାଇବେ ୭,୫୦୦ ଟଙ୍କା। ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୯୦୦୦ ତାଙ୍କ ପାଇବେ। ବିଭିନ୍ନ ପୌର ପରିଷଦ ଓ ଏନ୍.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।
ଅଧିକ ପଢନ୍ତୁ ; ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା