ଭୁବନେଶ୍ୱର : ମଙ୍ଗଳବାର ରାଜ୍ୟ ସରକାର ୮ ଜଣ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି ଦେଇଛନ୍ତି । ଆଇପିଏସ୍ ଯତିନ୍ଦ୍ର କୋୟଲ, ପ୍ରତୀକ ମହାନ୍ତ ଏଡିଜି (ADG) ପାହ୍ୟାକୁ ପଦୋନ୍ନତି ହୋଇଛନ୍ତି । ଆଇପିଏସ ପିନାକ ମିଶ୍ର, ବି. ଯୁଗୋଳ କିଶୋର କୁମାର, ବି. ଗଙ୍ଗାଧରଙ୍କୁ DIG ପାହ୍ୟାକୁ ପଦୋନ୍ନତି ହୋଇଛନ୍ତି । ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ, ନିତି ଶେଖରଙ୍କୁ ଆଇଜି( IG) ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର ।୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ପ୍ରତୀକ ମହାନ୍ତଙ୍କୁ ମଧ୍ୟ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି । ଏବେ ସେ ସିଆଇଏସ୍ଏଫ୍ (ମୁଖ୍ୟାଳୟ)ରେ ଆଇଜି ପାହ୍ୟାରେ କାର୍ଯ୍ୟ କରୁଛନ୍ତି ।
ସେହିପରି ୨୦୧୧ ବ୍ୟାଚ୍ର ଆଇପିଏସ୍ ଅଫିସର ପିନାକ ମିଶ୍ରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେ ବର୍ତ୍ତମାନ ଭୁବନେଶ୍ୱର ଡିସିପି ଅଛନ୍ତି । ପିନାକ ମିଶ୍ରଙ୍କ ସହିତ ୨୦୧୧ ବ୍ୟାଚ୍ର ଆଉ ଦୁଇ ଆଇପିଏସ୍ ଅଫିସର ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କ ମଧ୍ୟ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧର ଏବେ କଟକ ପୁଲିସ ମୁଖ୍ୟାଳୟରେ କାର୍ଯ୍ୟ କରୁଛନ୍ତି ।
ଅବିନାଶ କୁମାର ଏବେ ସ୍ପେଶାଲ ଆର୍ମଡ ପୁଲିସର ଡିଆଇଜି ଭାବେ କାର୍ଯ୍ୟ କରୁଥିବା ବେଳେ ସାର୍ଥକ ଷଡ଼ଙ୍ଗୀ ଦକ୍ଷିଣାଞ୍ଚଳ ଡିଆଇଜି ଭାବେ ବ୍ରହ୍ମପୁରରେ ଓ ନୀତି ଶେଖର ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ କୋରାପୁଟରେ ଦାୟିତ୍ୱ ତୁଲାଉଛନ୍ତି ।