ପୁଣି ୨୩ ତାରିଖରୁ ରାଜ୍ୟରେ ବର୍ଷା ଆଶଙ୍କା,୨୦ରୁ କମିବ ଶୀତ ଲହର
Khabar Odisha:The-state-is-expected-to-receive-showers-from-the-23rd-with-a-minimum-of-20-degrees-Celsius
ଭୁବନେଶ୍ୱର ,ଜାନୁଆରୀ 18(ଖବର ଓଡ଼ିଶା):

ପୁଣି ୨୩ ତାରିଖରୁ ରାଜ୍ୟରେ ବର୍ଷା ଆଶଙ୍କା ନେଇ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।

କେବଳ ଏତିକି ନୁହେଁ ଆସନ୍ତା ଦୁଇ ଦିନ ଯାଏ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ଜାରି ହୋଇଛି ।

ଦୁଇ ଦିନ ରାଜ୍ୟରେ ଘନ କୁହୁଡ଼ି ଅନୁଭୂତ ହେବ । ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ କୁହୁଡ଼ି ହୋଇପାରେ ।

ସେହିପରି ୨୩ରୁ ପାଗ ମେଘୁଆ ରହିବ । ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ ୨୩ ଓ ୨୪ ତାରିଖରେ ସ୍ୱଳ୍ପ ବର୍ଷା ଆଶଙ୍କା ରହିଛି । ୨୪ ଓ ୨୫ରେ ଦକ୍ଷିଣ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । 

  • Tags:

Subscribe

National International State Sports Entertainment