କୋରାପୁଟ ଜିଲ୍ଲା ବୋରିଗୁମ୍ମା ଝିଲିମିଲି ଗ୍ରାମରେ ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ ହୋଇଛି। ଯୁବକ ଗାଧୋଉଥିବା ସମୟରେ ହଠାତ ତାଙ୍କ ଗୋଡ଼ ଖସି ଯିବାରୁ ସେ ଗଭୀର ପାଣିରେ ବୁଡ଼ିଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ବୋରିଗୁମ୍ମା ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ଚିକିତ୍ସା ପରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ପୋଲିସ ଘଟଣା ସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ କରୁଛି।
ସୂଚନା ମୁତାବକ, ଗଭୀର ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ। ତେବେ ଏଭଳି ଦୁଖଦ ଘଟଣା କୋରାପୁଟ ଜିଲ୍ଲା ବୋରିଗୁମ୍ମା ଝିଲିମିଲି ଗ୍ରାମ ନିକଟରେ ଘଟିଛି। ଆଜି ସକାଳ ସମୟରେ ଜଣେ ଯୁବକ ପୋଖରୀକୁ ଗାଧେଇବାକୁ ଯାଇଥିଲେ ଗାଧେଇବା ସମୟରେ ହଠାତ ତାଙ୍କର ଗୋଡ଼ ଖସି ଯିବାରୁ ସେ ଗଭୀର ପାଣିରେ ବୁଡ଼ିଯାଇଥିଲେ। ଏହାପରେ ନିକଟରେ ଥିବା ଲୋକ ଦେଖି ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ବୋରିଗୁମ୍ମା ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗଭୀର ପାଣି ମଧ୍ୟରେ ଅକ୍ଲାନ୍ତ ପରିଶ୍ରମ କରି ପାଣିରୁ ଯୁବକଙ୍କୁ ଉଦ୍ଧାର କରିଥିଲା। ଏହାପରେ ତୁରନ୍ତ ଯୁବକଙ୍କୁ ବୋରିଗୁମ୍ମା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ପୋଲିସ ଘଟଣା ସ୍ଥଳରେ ପହଂଚି ଘଟଣାର ଅଧିକ ତଦନ୍ତ କରୁଛି।