ଏଥର ବର୍ଷାରେ ଭିଜିବ ଦଶହରା: ୧ରୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୪ ଯାଏଁ ପ୍ରବଳ ବର୍ଷିବ ଭୁବନେଶ୍ୱର,ସେପ୍ଟେମ୍ବର ୨୮(ଖବର ଓଡିଶା): Share story: ଏଥର ବର୍ଷାରେ ଭିଜିବ ପାର୍ବଣ । ଦୁର୍ଗାପୂଜା ଆରମ୍ଭରୁ ହିଁ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅକ୍ଟୋବର ପହିଲାରୁ ଉତ୍ତର-ପୂର୍ବ ଓ ତତ୍ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଫଳରେ ୧ ତାରିଖରୁ ଉପକୂଳ ଓଡିଶାରେ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ପରେ ୨ ଏବଂ ୩ ତାରିଖରେ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବଢିବା ନେଇ ଆକଳନ କରାଯାଇଛି । ପୂର୍ବରୁ ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ୨୮ ଏବଂ ୨୯ ତାରିଖରେ ଉପକୂଳ ସମେତ ୨୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଖବର ଓଡ଼ିଶା, Reporter, 28/09/2022