ଭୁବନେଶ୍ୱର : ଏଥର ସ୍କୁଲ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନରେ ଖାଦ୍ୟ ସହ ମିଳିବ କ୍ଷୀର। ତେବେ ପିଲାମାନଙ୍କର ଶରୀରରେ ଅଧିକ ପୋଷଣ ଯୋଗାଇଦେବା ପାଇଁ ରାଜ୍ୟ ସରକାର ଏହି ନୂଆ ପ୍ରୟାସ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ୨୦୦ ଏମ ଏଲ୍ କ୍ଷୀର ଦେବାକୁ ସରକାର ସ୍ଥିର କରିଛନ୍ତି।
ତେବେ ଏଥିପାଇଁ ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା କାଲି କରାଯାଇଛି । ଏହାସହ ଅର୍ଥନୈତିକ ବିକାଶ ଅର୍ଥନୈତିକକୁ ସୁଧାର କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଓଡିଶାରେ ବିକାଶ ହେବ ଗ୍ରାମାଞ୍ଚଳର ବିକାଶ ହେବ। ତେବେ ସୋମବାର ଗିଫ୍ଟ ମିଲକ ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ପିଲାଙ୍କୁ ୨୦୦ ଗ୍ରାମର କ୍ଷୀର ଦେବାର କାଲି ଶୁଭାରମ୍ଭ ହୋଇଛି ।