କାଳବୈଶାଖୀ ଓ ବଜ୍ରପାତ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।
କାଳବୈଶାଖୀ ଓ ବଜ୍ରପାତ ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୩ ଘଣ୍ଟା ପାଇଁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ। କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଗଜପତି, ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି ଓ ନବରଙ୍ଗପୁରକୁ ଆଲର୍ଟ କରାଯାଇଛି। ଏହି ସବୁ ଜିଲ୍ଲା ଗୁଡିକରେ ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। କାଳବୈଶାଖୀ ସମୟରେ ଘରୁ ନ ବାହାରିବାକୁ ନିର୍ଦ୍ଦେଶ ଦିଆଯାଇଛି।