ପୁରୀ : ଆଜି ମହାପ୍ରଭୁଙ୍କ ବନକଲାଗି ନୀତି। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନ କରିପାରିବେ ଭକ୍ତ। ତେବେ ବନକଲାଗି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ।