ପୁରୀ : ଆଜି ପବିତ୍ର ଅଁଳାନବମୀ ତଥା ରାଧାପାଦ ଦର୍ଶନ । ପୁରୀ ଜିଲ୍ଲା ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ଏହି ଦୁର୍ଲଭ ପାଦ ଦର୍ଶନର ସୌଭାଗ୍ୟ ଲାଭ କରିବା ପାଇଁ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ରାତି ୧ଟାରୁ ମନ୍ଦିର ଖୋଲାଯାଇ ମଙ୍ଗଳ ଆଳତୀ, ଅବକାଶ ନୀତି କରାଯିବା ପରେ ସାକ୍ଷୀ ଗୋପୀନାଥ ଓ ରାଧାରାଣୀଙ୍କୁ  ସୁସଜ୍ଜିତ କରାଯାଇଛି।  
ଏହି ଦିନ ମାଆ ଓଡ଼ିଆଣୀ ବା ଶ୍ରୀକୃଷ୍ଣ ନଟବର ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ବର୍ଷକ ମଧ୍ୟରେ ଥରେ ମାତ୍ର ଭକ୍ତ ମାନେ ଏହି ଦୁର୍ଲଭ ଦର୍ଶନ କରିବାର ସୌଭାଗ୍ୟ ପାଇଥାନ୍ତି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭକ୍ତମାନଙ୍କ ପାଇଁ ୧୧ ଲେନ୍ ବିଶିଷ୍ଟ ବ୍ୟାରିକେଡ ବ୍ଯବସ୍ଥା ହୋଇଛି।