ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଶ୍ରୀ ମନ୍ଦିରରେ ୬ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ବନକଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି । ଏହି ନୀତିରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରସ୍ତୁତ ହୋଇଥିବା ସମସ୍ତ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ନୀତି ପରେ ମହାପ୍ରଭୁଙ୍କର ରୂପ ଆହୁରି ଆକର୍ଷଣୀୟ ହୋଇଥାଏ । ହିଙ୍ଗୁଳ, ହରିତାଳ, କସ୍ତରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ ।
ଆଗକୁ ପଢ଼ନ୍ତୁ : ରଥ ନିର୍ମାଣ ପାଇଁ ରଥଖଳା ପ୍ରସ୍ତୁତି