ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ବିଶେଷ ନୀତି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ପ୍ରସ୍ତୁତି ହେବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ। ବନକଲାଗି ନୀତି ଶେଷ ହେବା ପରେ ପୁନର୍ବାର ପୁଣି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିପାରିବେ ଭକ୍ତ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ବନ୍ଦ କରାଯାଇଛି ।