ଭୁବନେଶ୍ୱର : ଆଜି ପବିତ୍ର ମକର ସଂକ୍ରାନ୍ତି। ଭାରତର ସବୁ ପ୍ରାନ୍ତରେ ଏହାକୁ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ। ଦକ୍ଷିଣ ଭାରତରେ ଏହାକୁ ପୋଙ୍ଗଲ ବୋଲି କୁହାଯାଏ। ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ଯ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ଏହା ସହ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ଶ୍ରୀଜିଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ । ତେବେ ଏହି ପର୍ବକୁ ଓଡ଼ିଶାରେ ବହୁ ଆରମ୍ବରରେ ପାଳନ କରାଯାଇଥାଏ।ବିଭିନ୍ନ ସ୍ଥାନରେ ବିଭିନ୍ନ ଭାବରେ ମକର ପାଳିତ ହୋଇଥାଏ। କେଉଁଠି କୁକୁଡ଼ା ଲଢ଼େଇ କରି ଏହି ପର୍ବକୁ ପାଳନ କରାଯାଇଥାଏ ତ ପୁଣି କେଉଁଠି ଭଗବାନଙ୍କୁ ଆରାଧନାକ କରି ଏହି ପର୍ବକୁ ପାଳନ କରାଯାଇଥା ।
ତେବେ ମକର ସଂକ୍ରାନ୍ତିର ମୁଖ୍ୟ ଭୋଗ ହେଉଛି ମକର ଚାଉଳ ଭୋଗ । ନୂଆ ଧାନରୁ ପ୍ରସ୍ତୁତ ଅପକ୍ୱ ଅରୁଆ ଚାଉଳ, ନୂଆଗୁଡ଼, ଛେନା, ନଡ଼ିଆ, ପାଚିଲା କଦଳୀ, ଘିଅ, କ୍ଷୀର ଇତ୍ୟାଦି ଗୋଳିଆ ଗୋଟିଏ ସୁମିଷ୍ଟ ଭୋଗ ପ୍ରସ୍ତୁତ କରି ଗୃହଦେବତାଙ୍କୁ ଓ ଧାନଖଳାରେ ଭୋଗ ଲଗାଯାଏ ଏହି ଭୋଗ 'ମକର ଚାଉଳ' ଭାବେ ପରିଚିତ । ଏହି ଭୋଗ ଦେଇ କେତେକ ଲୋକେ 'ମକର' ବସନ୍ତି । କେତେକ ଅଞ୍ଚଳରେ ନୂଆଧାନର ଚାଉଳରେ ପ୍ରସ୍ତୁତ ପୋଡ଼ପିଠା ସହିତ ଗୁଡ, କଦଳୀ, ନଡ଼ିଆ ଓ ଅରୁଆଚାଉଳରେ ଭୋଗ କରାଯାଇ ଦେବାଦେବୀଙ୍କ ପାଖରେ ଦିଆଯାଏ । ସୂର୍ଯ୍ୟଙ୍କ ଯୋଗୁଁ କୃଷିକ୍ଷେତରେ ଶସ୍ୟ ଉତ୍ପନ ହେଉଥିବାରୁ କୃଷକମାନେ ମକରସଂକ୍ରାନ୍ତିର ପୂଣ୍ୟକାଳରେ ସୂର୍ଯ୍ୟଙ୍କୁ ନୂତନ ଶସ୍ୟ ଅର୍ପଣ କରି ପୂଜାର୍ଚ୍ଚନା କରାଯାଇଥାଏ