ଭୁବନେଶ୍ୱର : ଆଜି ତାତିରେ ଲାଗିବ ବ୍ରେକ୍। ଲଗାତାର ୩ ଦିନ ହେଲା ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ସହିତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଣ୍ଡାମାନ ଛୁଇଁଛି ମୌସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। ତେଣୁ ଆଜି ସୁନ୍ଦରଗଡ଼, ଦେଓଗଡ, ଝାରସୁଗୁଡା, ସମ୍ବଲପୁର ଓ ବରଗଡକୁ ବାଦ୍ ଦେଇ ଅନ୍ୟ ସବୁ ଜିଲ୍ଳାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୧୫ ତାରିଖ ପାଇଁ କେନ୍ଦୁଝର, ମୟୁରଭଞ୍ଜ , ଦକ୍ଷିଣ ଉପକୂଳ,ଏବଂ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ସମ୍ଭାବନା। ସେହିପରି ୧୬ ତାରିଖ ପାଇଁ କେନ୍ଦୁଝର, ମୟୁରଭଞ୍ଜ, ରାୟଗଡା, ଗଜପତି, କୋରାପୁଟ ଓ ମାଲକାନଗିରି ବବମ ୧୭ ତାରିଖ ପାଇଁ କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ପାଇଁ ଆଲର୍ଟ ଜାରି କରି ପାଣି ପାଗ ବିଭାଗ।