ପୁରୀ : ଆଜି କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ପ୍ରାୟ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା କରାଯାଇଛି।
ଏବେ ଶ୍ରୀମନ୍ଦିରରେ କାର୍ତ୍ତିକ ବ୍ରତ ଚାଲିଛି । ତେଣୁ ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି । କାର୍ତ୍ତିକ ବ୍ରତଧାରୀଙ୍କ ବ୍ୟତୀତ ଅନ୍ୟ ଶ୍ରଦ୍ଧାଳୁମାନେ ଧାଡ଼ିରେ ଛିଡ଼ା ହୋଇ ଶୃଙ୍ଖଳିତ ଭାବେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଉଛନ୍ତି । ଏହାକୁ ଲକ୍ଷ୍ୟ କରି ଆଜି ଅପରାହ୍ନ ୫ଟା ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଯୋଗୁ ଏହି ସାଧାରଣ ଦର୍ଶନ ବନ୍ଦ ରହିବ ।