ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା କେ.ନୂଆଗାଁ ଥାନା ଚିକିଟିପେଣ୍ଠ ବସ୍ଷ୍ଟାଣ୍ଡ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ବାଇକ୍କୁ ଟ୍ରାକ୍ଟର୍ ଧକ୍କା ଦେବା ପରେ ସ୍ତ୍ରୀ ମୃତ ଓ ସ୍ବାମୀ ଗୁରୁତର ହୋଇଛନ୍ତି । ଗୁରୁତର ସ୍ୱାମୀଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତ ମହିଳାଙ୍କ ପଦ୍ମା ସେଠି ।
ସୂଚନା ଅନୁସାରେ, ଜାକରା ଗାଁରୁ ବାଇକ୍ ରେ ସ୍ୱାମୀ ଓ ସ୍ତ୍ରୀ ମନ୍ଦିରକୁ ଯାଉଥିଲେ। ଏହି ସମୟରେ ଚିକିଟିପେଣ୍ଠ ନିକଟରେ ଏକ ସାର ବୋଝେଇ ଟ୍ରାକ୍ଟର ସେମାନଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହେବା ସହିତ ତାଙ୍କ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଚିକିଟିର ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିଲା । କିନ୍ତୁ ସେଠାରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ଏନେଇ କେ ନୂଆଗାଁ ପୋଲିସ ଖବର ପାଇ, ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।