କଟକ : ଟ୍ରେନ ଦୁର୍ଘଟଣା। କଟକ ମଙ୍ଗୁଳି ନିକଟ ନିର୍ଗୁଣ୍ଡି ଠାରେ କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ହୋଇଛି । ରବିବାର ପୂର୍ବାହ୍ନ ୧୧ଟା ୫୪ ମିନିଟ୍ରେ ବେଙ୍ଗଳୁରୁ-କାମାକ୍ଷା ଏକ୍ସପ୍ରେସ୍ର ୧୧ଟି ବଗି ଲାଇନ୍ଚ୍ୟୁତ ହୋଇଥିବା ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଥିବାର ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି । ଘଟଣାସ୍ଥଳରେ ପୋଲିସ୍ ସମେତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ପହଞ୍ଚିଛନ୍ତି । ଆହତ ହୋଇଥିବା କେତେଜଣ ଯାତ୍ରୀଙ୍କୁ ଡାକ୍ତରଖାନାକୁ ନିଆଯାଇଛି । ଜଣେ ଯାତ୍ରୀ ମୃତ ତେବେ କେତେଜଣ ଆହତ ହୋଇଛନ୍ତି, ନିର୍ଦ୍ଦିଷ୍ଟ ଭାବେ ତାହା ଜଣାପଡିନାହିଁ ।ରେଳ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଘଟଣାସ୍ଥଳରେ ଅଛନ୍ତି । କିଛି ଆହତଙ୍କୁ ଷ୍ଟ୍ରେଚରରେ ଚିକିତ୍ସା ପାଇଁ ଏସସିବି ମେଡିକାଲ ନିଆଯାଇଛି।
ତେବେ ଯାତ୍ରୀମାନେ ଟ୍ରେନରୁ ଓହ୍ଲାଇ ଖରାରେ ଛିଡା ହନ୍ତସନ୍ତ ହେଉଛନ୍ତି । ଯାତ୍ରୀମାନଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଯିବ ବୋଲି ପୂର୍ବତଟ ରେଳବାଇର ସିପିଆରଓ ଅଶୋକ ମିଶ୍ର କହିଛନ୍ତି ।
ଅନ୍ୟପଟେ ଏକ୍ସପ୍ରେସ ଲାଇନଚ୍ୟୁତ ପରେ ଅନେକ ଟ୍ରେନ୍ର ଗତିପଥ ପରିବର୍ତ୍ତନ ହୋଇଛି। ଧଉଳି, ନୀଳାଚଳ, ପୁରୁଲିଆ ସୁପରଫାଷ୍ଟର ଗତିପଥ ବଦଳାଯାଇଛି।