ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା। ଏହି ଦୁର୍ଘଟଣା ଫଳରେ ଜଣେ ମୃତ ଏବଂ ୩ ଜଣ ଗୁରୁତର ଆହତ। ତେବେ ଏହି ମର୍ମନ୍ତୁଦ ଦୁର୍ଘଟଣା ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁରେ ଘଟିଛି। ତେବେ ତୁରନ୍ତ ସ୍ଥାନୀୟ ବାସିନ୍ଦାମାନେ ଗୁରୁତର ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିବା ସହିତ ଘଟଣାର ଅଧିକ ତଦନ୍ତ କରୁଛି।
ସୂଚନା ଅନୁସାରେ ,ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ ମୃତ ବ୍ୟକ୍ତି ଜଣକ ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଜାମୁଟବାହାଲ ଗାଁର ବୋଲି ଜଣାପଡିଛି। ତେବେ ଏହି ଦୁର୍ଘଟଣା ହେବା ଫଳରେ ସ୍ଥାନୀୟ ବାସିନ୍ଦା ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ହେଲେ ଆମ୍ବୁଲାନ୍ସ ପହଂଚିବାରେ ବିଳମ୍ବ ହେବାରୁ ସ୍ଥାନୀୟ ବାସିନ୍ଦା ଅଟୋ ମାଧ୍ୟମରେ ଗୁରୁତର ମାନଙ୍କୁ ନେଇ ଡୁଙ୍ଗୁରିପାଲି ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ତେବେ ପୋଲିସ ଘଟଣା ସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିଛି। ଏପରିକି ଏ ବିବାଦରେ ଅଧିକ ତଦନ୍ତ ମଧ୍ୟ ଆରମ୍ଭ କରିଛି।