ରାୟଗଡା : ଭାରସାମ୍ୟ ହରାଇ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା। ଫଳରେ ଏହି ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବିଷମକଟକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମୃତକ ଥେରୁବାଲି ଅଞ୍ଚଳର ବୋଲି ଜଣାପଡିଛି। ତେବେ ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା କାଚପାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ତଦନ୍ତ କରୁଛି।
ସୂଚନା ଅନୁସାରେ, ସୋମବାର ବିଳମ୍ବିତ ରାତିରେ ବିଷମକଟକ ଥାନା ଦୁର୍ଗୀ ନିକଟ କାଚପାଇ ନିକଟରେ ଉଭୟ ପାଶ୍ୱରୁ ଆସୁଥିବା ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା ଏବଂ ଅନ୍ୟ ଚାରିଜଣ ଗୁରୁତର ଆହତ ହୋଇଥିଲେ। ତେଣୁ ତୁରନ୍ତ ଆହତଙ୍କୁ ଉଦ୍ଧାର କରି ବିଷମକଟକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ଦୁଇ ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଛି। ଏହାସହିତ ଅନ୍ୟ ଦୁଇ ଆହତଙ୍କର ଚିକିତ୍ସା ଚାଲିଛି। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାରକୁ ଖବର ଦେବା ସହିତ ଘଟଣାର ତଦନ୍ତ କରୁଛି।
ଅଧିକ ପଢନ୍ତୁ ; ହୁତୁହୁତୁ ହୋଇ ଜଳିଲା ୭ ବଖରା