ଭୁବନେଶ୍ୱର : ଭାରସାମ୍ୟ ହରାଇ ପ୍ରଥମେ ବିଦ୍ୟୁତ ଖୁଣ୍ଟରେ ପିଟି ହେଲେ ଦୁଇ ଜଣ ବାଇକ ଆରୋହୀ। ଏହାପରେ ଗଛ ଓ କାରକୁ ମଧ୍ୟ ଧକ୍କା ଦେଇଥିଲେ। ଫଳରେ ଗାଡିଟି ସମ୍ପୂର୍ଣ ଭାଙ୍ଗିଯାଇଥିବା ବେଳେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି। ମୃକମାନେ ହେଲେ ଦେବୀ ପ୍ରସାଦ ପରିଡା ଏବଂ ଅନ୍ଵେସ ସତ୍ୟଦର୍ଶନ ଦାସ। ଉଭୟ ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର। ତେବେ ଭୁବନେଶ୍ୱର ରେଣ୍ଟାଲ କଲୋନୀ ଫାୟାର ଷ୍ଟେସନ ରୋଡରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି।
ସୂଚନା ଅନୁସାରେ, ବୁଧବାର ବିଳମ୍ୱିତ ରାତିରେ ରେଣ୍ଟାଲ କଲୋନୀ ଫାୟାର ଷ୍ଟେସନ ରୋଡରେ ଦୁଇ ଜଣ ଯୁବକ ହାଇ ସ୍ପିଡରେ ବାଇକ ଚଲାଇ ଯାଉଥିଲେ। ଏହି ସମୟରେ ହଠାତ ଗାଡିଟି ଭାରସାମ୍ୟ ହରାଇ ଇଲେକ୍ଟ୍ରିକ୍ ପୋଲ, ଗଛ ଓ ପାର୍କିଂରେ ଥିବା କାର୍ ସହ ପିଟି ହୋଇଥିଲା। ଫଳରେ ଗାଡିଟି ସମ୍ପୂର୍ଣ ଭାଙ୍ଗିଯାଇଥିବା ବେଳେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି। ତେବେ ମୃତକ ମାନେ ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ବୋଲି ଜଣାପଡିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହକୁ ଉଦ୍ଧାର କରି ସବା ବ୍ୟବଛେଦ ପାଇଁ ପଠାଇଛି। ଏହାସହିତ ଏହି ଘଟଣାକୁ ଅଧିକ ତଦନ୍ତ ଜାରି ରଖିଛି।