ଭୁବନେଶ୍ୱର: ଏଥର ବର୍ଷାରେ ଭିଜିବ ଦୁର୍ଗାପୂଜା। ଆଗ ପଛ ହୋଇ ଆସୁଛି ଦୁଇଟି ଲଘୁଚାପ । ମିଆଁମାର ଉପକୂଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ବଙ୍ଗୋପସାଗରରେ ପଡିବ, ଫଳରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ।
ସେହିପରି ୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ୨୬ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ । ୨୭ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ଲଘୁଚାପ ପ୍ରଭାବରେ ୭ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଆଗାମୀ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ଆସନ୍ତାକାଲି ୧୨ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।